Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

18/06/2020 at 1:46 PM

ପାଟଣା ୧୮।୦୬: ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କେନ୍ଦୁଝର ଜିଲ୍ଲା ପାଟଣା ଥାନା ସୁଆମ ନାଏକ ସାହିରୁ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ବୟସ ୨୦ ବର୍ଷୀୟ ହେବ ଏବଂ ତାଙ୍କ ନାମ ରଘୁ ନାଏକ ବୋଲି କୁହାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କାରଣ ଅସ୍ପଷ୍ଟ ରହିଛି ।

ସୂଚନାଯୋଗ୍ୟ ଯେ, ଆଜି ସକାଳ ସମୟରେ ଘର ଲୋକେ ମୃତଦେହ ଝୁଲୁଥିବାର ଦେଖିବାକୁ ପାଇଥିଲେ । ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି ।ମୃତକ ବଳଭଦ୍ର ନାଏକଙ୍କ ସାନ ପୁଅ ରଘୁ ନାଏକ ବୋଲି ଜଣାପଡିଛି । ଘର ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡିନାହିଁ ।

   Related Posts