Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ପ୍ରଶ୍ନକାଳରେ ଉଠିଲା ଧାନ ପ୍ରସଙ୍ଗ : ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଲେ ବିଭାଗୀୟ ମନ୍ତ୍ରୀ, ଟାର୍ଗେଟ ଠାରୁ ୩୦ ପ୍ରତିଶତ ଅଧିକ ଧାନ କିଣାଯାଇଛି

24/02/2021 at 12:50 PM

ଭୁବନେଶ୍ୱର ୨୪।୦୨:  ପ୍ରଶ୍ନକାଳରେ ପୁଣି ଉଠିଲା ଏମ୍‌ଏସ୍‌ପି ପ୍ରସଙ୍ଗ । ବିଜେଡ଼ି ବିଧାୟକ ଅମର ଶତପଥୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ୨୦୧୭ ମାର୍ଚ୍ଚ ୨୫ତାରିଖରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଣ୍ଟାଲ ପିଛା ୨୯୩୦ ଟଙ୍କା କରିବା ପାଇଁ ଦାବି କରାଯାଇଥିଲା । ୧୩ ଜୁଲାଇ ୨୦୧୮ ରେ ମଧ୍ୟ ସମାନ କଥା ଉଠାଯାଇଥିଲା। ଧାନର ଉତ୍ପାଦନ ଖର୍ଚ୍ଚ ୨୩୪୪ ଟଙ୍କା ଵୋଲି ହିସାବ କରିଥିଲେ ରାଜ୍ୟ ସରକାର। ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । କ୍ୟାବିନେଟ୍‌ରେ ଏବେବି ଏକ ପ୍ରସ୍ତାବ ପାରିତ ହୋଇ କେନ୍ଦ୍ର ସରାରକଙ୍କ ନିକଟକୁ ପଠାଯାଇଛି। ଏନେଇ କୃଷି ମନ୍ତ୍ରୀ ଅରୁଣ ସାହୁ ଗୃହରେ ଉତ୍ତର ରଖିଛନ୍ତି ।

ଅନ୍ୟପଟେ ୨୩ ଫେବୃୟାରୀ ସୁଦ୍ଧା ୫୬.୬୭ ମେଟ୍ରିକ ଟନ୍ ଧାନ ସରକାର କିଣିସାରିଛନ୍ତି। ଏହି ତାରିଖ ସୁଧା ୩୦ ପ୍ରତିଶତ ଅଧିକ ଅଟେ। ୧୪.୭୨ ଚାଷୀ ପଞ୍ଜିକରଣ କରିଛନ୍ତି। ତେବେ ସ୍ୱାମୀନାଥନ କମିଟିର ରିପୋର୍ଟ କେନ୍ଦ୍ର ସରକାର ଲାଗୁ କରିବାକୁ ଗୃହରେ ଦାବି କରିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ।

ସେହିପରି କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ନିର୍ଦ୍ଧାରଣ କରିଥାଏ ସିଏସିପି । ଏମଏସପି ନିର୍ଦ୍ଧାରଣ ବେଳେ ସିଏସିପି ରାଜ୍ୟ ମାନଙ୍କର ମତାମତ ନେଇଥାଏ। କିନ୍ତୁ ଜାତୀୟ ହାରକୁ ନେଇ ଏମଏସପି ନିର୍ଦ୍ଧାରଣ କରାଯାଉଛି। ଯେଉଁଥି ଲାଗି ଓଡିଶା କ୍ଷତିଗ୍ରସ୍ତ ହେଉଛି ବୋଲି ଗୃହରେ ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

   Related Posts