Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆଜିଠୁ ଆରମ୍ଭ ହେବ ମୁଁ ହିରୋ ମୁଁ ଓଡିଶା କାର୍ଯ୍ୟକ୍ରମ, ଗଡିବ ମୁଁ ହିରୋ ରଥ

27/08/2018 at 4:57 AM

କଟକ୨୭|୮: କଟକ ଜବାହରଲାଲ ନେହରୁ ଇନଡୋର ଷ୍ଟାଡିୟମରେ ‘ବିଜୁ ଯୁବ ବାହିନୀର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ମୁଁ ହିରୋ’ ଅଭିଯାନ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ‘ବିଜୁ ଯୁବ ବାହିନୀ’ର ସ୍ୱତନ୍ତ୍ର କାର୍ଯ୍ୟାଳୟର ଶୁଭାରମ୍ଭ ସହ ‘ମୁଁ ହିରୋ ରଥ ମଧ୍ୟ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ରଥ ଆସନ୍ତା ୨ମାସ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକ ଓ ପୌରାଞ୍ଚଳ ବୁଲିବ । ଶିକ୍ଷା, ସ୍ୱାସ୍ଥ୍ୟ, ପରିମଳ, ପରିବେଶ, ନାରୀ ସଶକ୍ତିକରଣ, ପ୍ରାକୃତିକ ବିପଯ୍ୟୟ, କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ଲୁକ୍କାୟିତ ପ୍ରତିଭାଙ୍କୁ ଖୋଜିବା ଏହି ଅଭିଯାନର ଲକ୍ଷ୍ୟ ।

   Related Posts