Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଓଡ଼ିଶାକୁ ମାଡ଼ିଆସୁଛି ଘୁର୍ଣ୍ଣିବଳୟ, ୧୦ ଦିନ ଭିତରେ ବଙ୍ଗୋପସାଗରରେ ଏକାଧିକ ସୃଷ୍ଟି ହେବା ନେଇ ସମ୍ଭାବନା

19/09/2021 at 8:19 PM

ଭୁବନେଶ୍ୱର, ୧୯/୯ : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି | ଏହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି | ଗୋଟିଏ ଘୁର୍ଣ୍ଣିବଳୟ ବର୍ତ୍ତମାନ ବଙ୍ଗୋପସାଗରରେ ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଏକାଧିକ ଲଘୁଚାପ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସିର ନିର୍ଦ୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁ କହିଛନ୍ତି |

ଏହି ଘୁର୍ଣ୍ଣି ବଳୟ ଗୁଡିକ ଦକ୍ଷିଣ ଚାଇନା ସାଗରରୁ ପଶ୍ଚିମ ଦିଗକୁ ଗତି କରି ମ୍ୟାନମାର ଓ ଥାଇଲାଣ୍ଡ ଦେଇ ବଙ୍ଗୋପସାଗର ଆଡ଼କୁ ମୁହାଁଉଛନ୍ତି | ଏହା ମଧ୍ୟରୁ ଗୋଟିଏ ଘୁର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସ୍ଥିର ରହିଛି ଓ ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ରବିବାର ଠାରୁ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସେପ୍ଟେମ୍ବର ୨୦ ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡ଼ଃ ସାହୁ କହିଛନ୍ତି |

ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୪ ତାରିଖରେ ଅନ୍ୟଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସହ ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ ଓ ସେପ୍ଟେମ୍ବର ୨୬ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି | ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ବୋଲି ଡ଼ଃ ସାହୁ କହିଛନ୍ତି | ସେହିପରି ଅନ୍ୟ ଏକ ଘୁର୍ଣ୍ଣିବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସେପ୍ଟେମ୍ବର ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି |

   Related Posts