Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

କୂଅରୁ ମା, ପୁଅଙ୍କ ମୃତଦେହ ଉଦ୍ଧାର ଘଟଣା, ଏବେ ଯାଏଁ ମୃତ୍ୟୁର କାରଣ ଅସ୍ପଷ୍ଟ

29/10/2020 at 8:21 AM

ଖୋର୍ଦ୍ଧା ୨୯।୧୦: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଗୋଡିପଡ଼ା ଗାଁରେ ମା ଓ ପୁଅର ମୃତଦେହ ମିଳିବା ଘଟଣା । ଘଟଣାରେ ଗୋଟିଏ ଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସେପଟେ ପୋଲିସ ମଧ୍ୟ ଘଟଣାରେ ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଗୋଡିପଡ଼ା ଗାଁ ଏକ କୂଅରେ ମନୋଜ ଶ୍ରୀଚନ୍ଦନଙ୍କ ପତ୍ନୀ ବର୍ଷା ଓ ତାଙ୍କ ୬ବର୍ଷର ପୁଅର ମୃତଦେହ ଭାସୁଥିବାର ଗାଁଲୋକେ ଦେଖିଥିଲେ । ଗାଁ ଲୋକେ ଏନେଇ ଜଙ୍କିଆ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମା ଓ ପୁଅଙ୍କ ମୃତଦେହ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

   Related Posts