Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାସ୍ତାକଡ଼ରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

4/05/2021 at 2:27 PM

ଘଟଗାଁ ୦୪।୦୫: ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ଘଟଗାଁ କଟରାବେଡ଼ାରୁ ଭୋଳବେଡ଼ା ଗାଁ ସଂଯୋଗ କରୁଥିବା ରାସ୍ତା ନିକଟରୁ ମୃତଦେହ ଠାବ ହୋଇଛି । ମୃତକ ଭୋଳବେଡ଼ା ଗାଁର ଉମାକାନ୍ତ ନାୟକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଉମାକାନ୍ତ ବାହା ରାଜ୍ୟରେ କାମ କରୁଥିଲେ । ସୋମବାର ଘରକୁ ଫେରୁଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି । ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ତେବେ କିଏ ତାଙ୍କୁ ହତ୍ୟା କରିଛି ନା କିଏ ସେ ଆତ୍ମହତ୍ୟା କରିଛନ୍ତି । ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି । ରାସ୍ତାକଡରେ ମୃତ ଶବଟିକୁ ଦେଖି ସ୍ଥାନୀୟ ଲୋକେ ଢେଙ୍କିକୋଟ ଫାଣ୍ଡି ପୋଲିସକୁ ଖବର ଦେଇଛନ୍ତି | ଘଟଣାସ୍ଥଳରେ ଢେଙ୍କିକୋଟ ପୋଲିସ୍ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts