ଶାଗୁଆନ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ, କାରଣ ଅସ୍ପଷ୍ଟ

Published By : Prameya-News7 Bureau | June 21, 2021 IST

କାମାକ୍ଷାନଗର ୨୧।୦୬: ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରଙ୍ଗମାଟିଆ ଗାଁର ଘଟଣା । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରଙ୍ଗମାଟିଆ ଗାଁରେ ଥିବା ଅଙ୍ଗନଓ୍ୱାଡି କେନ୍ଦ୍ରର ପଛପଟୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ଅଙ୍ଗନଓ୍ୱାଡି କେନ୍ଦ୍ରର ପଛପଟେ ଥିବା ଶାଗୁଆନ ଗଛରେ ଯୁବକଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି । ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ମୃତଦେହର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍‌ କାରଣ ଜଣାପଡ଼ିବ ବୋଲି ସ୍ଥାନୀୟଲୋକ ଆଶା କରିଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.