Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ନିର୍ବାଚନରେ କରୋନା ନିୟମର ଖୁଲମ୍‌ଖୁଲା ଉଲଙ୍ଘନ, ଏପ୍ରିଲ୍‌ ୧୬ରେ ସର୍ବଦଳୀୟ ବୈଠକ ଡକାଇଲେ ନିର୍ବାଚନ ଆୟୋଗ
  • ||
  • ଭୁବନେଶ୍ବର : ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ – ଗଣଶିକ୍ଷା ମନ୍ତ୍ରୀ
  • ||
  • ଯାଜପୁର : ଏକ ତରଫା ପ୍ରେମରୁ ଯୁବକଙ୍କ ଉନ୍ମତକାଣ୍ଡ, ବାହା ହେବାକୁ ରାଜି ନହେବାରୁ ସମ୍ପର୍କୀୟ ଭଉଣୀଙ୍କୁ ଚେଙ୍କ ଦେଲା ଭାଇ
  • ||
  • ବାଲେଶ୍ବର : ସମୁଦ୍ରରେ ମାଛ ଧରା ବନ୍ଦ, ଆଜିଠୁ ଜୁନ୍ ୧୫ ଯାଏଁ ବଳବତ୍ତର ରହିବ କଟକଣା
  • ||
  • ଭୁବନେଶ୍ବର : କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ
  • ||
  • ଭୁବନେଶ୍ବର : ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ
  • ||
  • ଝାରସୁଗୁଡା : କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ମାଲକାନଗିରିରୁ ଛତିଶଗଡକୁ ସଂଯୋଗ ସମସ୍ତ ରାସ୍ତା ସିଲ୍, ଅପ୍ରେଲ ୩୦ଯାଏଁ ବସ୍ ଚଳାଚଳ ଠପ୍
  • ||
  • CBSE ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଛାତ୍ରଛାତ୍ରୀଙ୍କ ମାର୍କ ସ୍ଥିର କରିବ ବୋର୍ଡ
  • ||

ନଦୀକୂଳରୁ ମୃତଦେହ ଠାବ, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

8/08/2020 at 8:02 AM

ସାଲେପୁର ୦୮।୦୮ : ମହାନଦୀରୁ ଅଜଣା ବ୍ୟକ୍ତିର ମୃତ ଦେହ ଉଦ୍ଧାର। କଟକ ଜିଲ୍ଲା କିଶନନଗର ଥାନା ସୋଗଲ ଗ୍ରାମ ମହାନଦୀ କୁଳରେ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ବ କରିଛି ।

ସୂଚନାଯୋଗ୍ୟ ଯେ, ମହାନଦୀରେ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ଏହାର ଖବର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ନଦୀକୂଳରେ ମୃତଦେହଟି ମୁହଁ ମାଡି ପଡିଥିବାର ଦେଖିବାକୁ ମିଳିଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

ତେବେ ମୃତଦେହ ଏଠାକୁ କେମିତି ଆସିଲା , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ । କେହି ଦୁର୍ବୃତ ହତ୍ୟା କରି ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକ ସନ୍ଦେହ କରୁଛନ୍ତି। ମୃତ ଯୁବକ ଜଣଙ୍କ ଏକ କଳା ପ୍ୟାଣ୍ଡ ଓ ଧଳା ସାର୍ଟ ପିନ୍ଧିଥିବାର ଦେଖିବାକୁ ମିଳିଛି । କିଶନନଗର ଥାନା ପୋଲିସ ପହଞ୍ଚି ଏକ ଅପମୃତୁ ମାମଲା ରୁଜ୍ଜୁ କରିଛି । ଘଟଣାରେ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି । ଏହା ଅପମୃତ୍ୟ ନା କେହି ହତ୍ୟା କରି ନଦୀକୁ ଫିଙ୍ଗି ଦେଇଛି । ଘଟଣାର ପୂରା ତଦନ୍ତ ପରେ ସତ୍ୟା ସାମ୍ନାକୁ ଆସିବ ବୋଲି ଜଣାପଡିଛି।

   Related Posts