Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ନାଳରେ ପଡିଛି ନାବାଳକର ମୃତଦେହ, ହତ୍ୟା ସନ୍ଦେହ !

3/07/2021 at 11:46 AM

ଯାଜପୁର ରୋଡ, ୦୩/୦୭:   ଯାଜପୁର ଜିଲ୍ଲା କୋରେଇ ଥାନା ମୁକୁନ୍ଦପୁର ଗ୍ରାମ ନିକଟରେ ଥିବା ଏକ ନାଳରୁ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ନାବାଳକ ଜଣଙ୍କ ସେହି ଗ୍ରାମର ବାସୁଦେବ ଦାସଙ୍କ ୧୨ ବର୍ଷର ପୁଅ ତ୍ରିଲୋଚନ ଦାସ ବୋଲି ଜଣାପଡିଛି।

ତ୍ରିଲୋଚନ ଶୁକ୍ରବାର ଠାରୁ ସେ ନିଖୋଜ ଥିବା ତାଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଏତଲା ଦିଆଯାଇଥିଲା l ହେଲେ ଶନିବାର ସକାଳୁ ଗାଁ ନିକଟ ନାଳରେ ତାଙ୍କ ମୃତଦେହ ଭାସୁଥିବା ଲୋକେ ଦେଖିବାକୁ ପାଇଥିଲେ। ତେବେ ଏହି ନାବାଳକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts