Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ବିଜେପିରେ ମିଶିଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି

16/03/2019 at 1:55 PM

ନୂଆଦିଲ୍ଲୀ ୧୪|୩ : ପଦ୍ମ ଧରିଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି । ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଇଛନ୍ତି । ମିଶ୍ରଣ ପର୍ବରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପ୍ରଭାରୀ ଅରୁଣ ସିଂ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଉପସ୍ଥିତ ଥିଲେ ।

ଗତ ୧୪ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିଲେ । ତାଙ୍କୁ ଦଳରେ ଅଣଦେଖା କରାଯାଉଥିବା ନେଇ ସେ ଅଭିଯୋଗ କରିଥିଲେ । ବିଜେଡି ଛାଡିବା ପରେ ସେ ବିଜେପିରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ତେବେ ଏହି ଚର୍ଚ୍ଚାରେ ଆଜି ପୂର୍ଣ୍ଣଚ୍ଛେଦ ପକାଇ ବଳଭଦ୍ର ବିଜେପିରେ ସାମିଲ ହୋଇଛନ୍ତି ।

୨୦୧୪ରେ ନବରଙ୍ଗପୁର ସଂସଦୀୟ କ୍ଷେତ୍ରରୁ ସାଂସଦ ଭାବେ ବଳଭଦ୍ର ମାଝି ବିଜେଡିରୁ ପ୍ରାର୍ଥୀ ହୋଇଥିଲେ । ସେ ନବରଙ୍ଗପୁରର ସାଂସଦ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ । ବିଜେଡି ପ୍ରାର୍ଥୀ ଭାବେ ବଳଭଦ୍ର ୩ଲକ୍ଷ ୭୩ହଜାର ୮୮୭ଖଣ୍ଡ ଭୋଟ୍ ପାଇଥିଲେ । ତାଙ୍କୁ ୩୬.୬ପ୍ରତିଶତ ଭୋଟ୍ ମିଳିଥିବାବେଳେ ବେଳେ ତାଙ୍କ ନିକଟ ପ୍ରତିଦ୍ବନ୍ଦ୍ବୀ କଂଗ୍ରେସର ପ୍ରଦୀପ ମାଝି ୩୬.୪ପ୍ରତିଶତ ଭୋଟ୍ ପାଇଥିଲେ । କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ମାଝିଙ୍କୁ କଡା ଟକ୍କର ଦେଇ ୨୦୪୨ଖଣ୍ଡ ଭୋଟ୍ ରେ ହରାଇଥିଲେ ବଳଭଦ୍ର ମାଝି ।

   Related Posts