Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ନଦୀରୁ ଜେଇଙ୍କ ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା ?

29/09/2020 at 6:24 PM

ସୁନ୍ଦରଗଡ଼୨୯/୯: ନିଖୋଜ ଜେଇଙ୍କ ମୃତଦେହ ଉଦ୍ଧାର। ଝାରସୁଗୁଡା ଆରଡିରେ ସେ କାର୍ଯ୍ୟ କରୁଥିଲେ। ଗତ କିଛି ଦିନ ହେବ ଜେଇ ସୁଧିର ନାଏକ ନିଖୋଜ ଥିଲେ। ଏ ନେଇ ପରିବାର ପକ୍ଷରୁ ସୁନ୍ଦରଗଡ ଭଷ୍ମା ଥାନାରେ ନିଖୋଜ ରିପୋର୍ଟ ଦିଆଯାଇଥିଲା। ବହୁ ଖୋଜାଖୋଜି ପରେ ନଦୀରୁ ଜେଇଙ୍କ ମୃତଦେହ ଉଦ୍ଧାର ହୋଇଛି।

ଘଟଣାସ୍ଥଳରେ ତାଙ୍କ ବାଇକ୍ ମଧ୍ୟ ପଡି ରହିଥିବା ଜଣାପଡିଛି। ପୋଲିସ୍ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହ ଜବତ କରିଛନ୍ତି।

ଜେଇ ସୁଧିର ନାଏକ ଆତ୍ମହତ୍ୟା କରିଛନ୍ତି  ନା ତାଙ୍କୁ ହତ୍ୟା କରାଯାଇଛି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡି ନାହିଁ। ଶବ ବ୍ୟବଚ୍ଛେଦ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ୍ କହିଛି।  

   Related Posts