Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ନାଗପୁର କୋଭିଡ ହସ୍ପିଟାଲରେ ଲାଗିଲା ନିଆଁ: ୪ ମୃତ, ଅନେକ ଆହତ, ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

10/04/2021 at 8:01 AM

ନାଗପୁର ୧୦/୪: ମହାରାଷ୍ଟ୍ରର ନାଗପୁରରେ କୋଭିଡ ହସ୍‌ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୪ ଜଣଙ୍କ ମୃତ୍ୟୁହେବା ସହ କିଛି ଲୋକ ଆହତ ହୋଇଛନ୍ତି । ରାତି ପ୍ରାୟ ୮ଟା ୧୦ରେ ୱାଡି ଅଞ୍ଚଳରେ ଥିବା ଏହି ଘରୋଇ ହସ୍ପିଟାଲର ନିଆଁ ଲାଗିଯାଇଥିଲା ।

ଦ୍ୱିତୀୟ ମହଲାରେ ଥିବା ଆଇସିୟୁର ଏସି ୟୁନିଟରେ ନିଆଁ ଲାଗିଥିଲା । ଘଟଣା ଜଣାପଡିବା ପରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ନିଆଁକୁ ତୁରନ୍ତ ଆୟତ୍ତ କରିଥିଲେ । ଏଥିସହ ସେଠାରେ ଥିବା ଅନ୍ୟ ୨୭ ଜଣ ରୋଗୀଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏହି ହସ୍ପିଟାଲରେ ୩୦ଟି ବେଡ୍‌ ରହିଥିଲା ବେଳେ ସେଥିରୁ ୧୫ଟି ଆଇସିୟୁ ବେଡ୍‌ ରହିଥିଲା । ସେପଟେ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୋଦି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।

   Related Posts