Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଜମି ବିବାଦକୁ ନେଇ ଗୁଳିକାଣ୍ଡ, ଘଟଣାସ୍ଥଳରେ ଟଳିପଡ଼ିଲେ ୫ ଜଣ, ୨ ଗୁରୁତର

4/08/2021 at 4:28 PM

ନାଳନ୍ଦା ୪/୦୮:  ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୁଳିକାଣ୍ଡ । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ରାଜଗୀରିର ଛବିଲାପୁର ଥାନା ଅନ୍ତର୍ଗତ ଲୋଦିପୁର ଗାଁରେ ଗୁଳିକାଣ୍ଡ ନେଇ ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ, ଲୋଦିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବାଜି  ୫ ଜଣଙ୍କ ଜୀବନ ଯାଇଛି ।

ଏହା ପରେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସେପଟେ ଘଟଣା ସମ୍ପର୍କରେ ଖବର ପାଇ ଏକାଧିକ ଥାନାରୁ ପୋଲିସ ଆସି ସେଠାରେ ପହଞ୍ଚିଛନ୍ତି। ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଥିବା ସୂଚନା ମିଳିଛି।

ଗୁଳିକାଣ୍ଡ ପରେ ଲୋଦିପୁର ଗାଁରେ ଏବେ ଭୟର ବାତାବରଣ ଖେଳିଯାଇଛି। ବିହାରରେ ଏବେ ଜମି ବିବାଦକୁ ନେଇ ହତ୍ୟାକଣ୍ଡ ବଢ଼ିବାରେ ଲାଗିଛି। ନିକଟରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଜମି ବିବାଦ ପାଇଁ ବଢ଼ୁଥିବା ହତ୍ୟା ମାମଲାକୁ ନେଇ ଚିନ୍ତା ଜାହିର କରୁଥିଲେ ।  

   Related Posts