କରୋନାରେ ଆକ୍ରାନ୍ତ ହେଲେ ପଦ୍ମଶ୍ରୀ ନନ୍ଦ ସାର୍, ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା

Published By : Prameya-News7 Bureau | November 30, 2021 IST

ଭୁବନେଶ୍ୱର ୩୦/୧୧: ପଦ୍ମଶ୍ରୀ ଚାଟଶାଳୀ ଶତାୟୁ ଶିକ୍ଷକ ନନ୍ଦକିଶୋର ପୃଷ୍ଟି କରୋନାରେ ସଂକ୍ରମିତ । ନନ୍ଦ ସାର୍ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ତାଙ୍କୁ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଏବେ ଗୁରୁତର ରହିଛି । ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ନନ୍ଦ ସାର୍ ସୋମବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଗତକାଲି ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ । ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲେ । ତା’ପରେ ଗତକାଲି ରାତିରେ ତାଙ୍କୁ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା ।

ସୂଚନାଯୋଗ୍ୟ, ନଭେମ୍ବର ୯ ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ହେଲାଣି ଗାଁ ଛୁଆଙ୍କୁ ପାଠପଢ଼ାଇ ଆସୁଛନ୍ତି । ହେଲେ ଏଥିପାଇଁ ସେ ପାରିଶ୍ରମିକ ନିଅନ୍ତି ନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.