Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ, ଶେଷରେ ଚାକିରୀରୁ ତଡା ଖାଇଲେ ମହିଳା ଅଧିକାରୀ

20/11/2020 at 7:54 AM

ଜୟପୁର ୨୦।୧୧: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଥିବା କୋରାପୁଟ ଜିଲ୍ଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ଶେଷରେ ଚାକିରୀରୁ ନିଲମ୍ବିତ କଲେ କୋରାପୁଟ ଜିଲ୍ଲାପାଳ । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବେ ଓ ଉପଜିଲ୍ଲାପାଳଙ୍କ ନଜଣାଇ କୁଆଡେ ଯାଇପାରିବେ ନାହିଁ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ନନ୍ଦପୁର ବିଡ଼ିଓଙ୍କୁ ଆଇସିଡିଏସର ଡ୍ରଇଂ ଅଥରିଟି ଭାବେ ଜିଲ୍ଲାପାଳ ଦାୟିତ୍ବ ଦେଇଥିବା ବେଳେ ସୁପରଭାଇଜର ମୋନାଲିସା ଖେମୁଣ୍ଡୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ନନ୍ଦପୁର ସିଡିପିଓ ଭାର ତୁଲାଇବେ ।

ଗତ ମାସ ୨୮ ତାରିଖରେ ବିଲ୍ ପାସ୍ କରିଦେବାକୁ ଜଣେ ଠିକାଦାରଙ୍କଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜଲାନ୍ସ ତାଙ୍କୁ ଧରିଥିଲା । ନ୍ୟାୟିକ ହାଜତରେ ୪୮ ଘଣ୍ଟାରୁ ଅଧିକ ସମୟ ରହିଥିବାରୁ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ନିର୍ଦ୍ଦେଶ ଅନୁସାରେ ଜିଲ୍ଲାପାଳ ସ୍ନିଗ୍ଧାରାଣୀ ମିଶ୍ରଙ୍କୁ ନିଲମ୍ବିତ କରିଛନ୍ତି ।

   Related Posts