Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଖଣି ଦୁର୍ନୀତି ତାତିରୁ ବର୍ତ୍ତିବା ପାଇଁ କେନ୍ଦ୍ର ଅବହେଳା କହି ନାଟକବାଜି କରୁଛି ଶାସକ ଦଳ : ନରସିଂହ ମିଶ୍ର

9/09/2021 at 1:30 PM

ଭୁବନେଶ୍ବର ୯।୯: ଶେଷ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ଖଣି ଦୁର୍ନୀତି ପ୍ରସଙ୍ଗରେ ଆସିଥିଲା ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ । ଏ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନରସିଂହ ମିଶ୍ର । ନରସିଂହ କହିଛନ୍ତି, ସିଂହ ଛାଲ ପିନ୍ଧି ସିଂହର ଗର୍ଜନ କରୁଛି ଶାସକ ବିଜେଡି ଦଳ । କେନ୍ଦ୍ରରେ ବିଲେଇ ଆଗରେ ମୂଷା ଭଳି ଲୁଚୁଛି । କାଳେ ବିଲେଇ ମୂଷାକୁ ଖାଇଦେବ ଏହି ଭୟ ରହିଛି । ଖଣି ଦୁର୍ନୀତି ତାତିରୁ ବର୍ତ୍ତିବା ପାଇଁ ଏବେ କେନ୍ଦ୍ର ଅବହେଳା କଥା କହି ନାଟକବାଜି କରୁଛି।

ମରୁଡ଼ି ଆଲୋଚନା ବେଳେ ଆମେ ସାରା ରାଜ୍ୟରେ ମରୁଡି ଘୋଷଣା କରନ୍ତୁ ବୋଲି ଦାବି କରିଥିଲୁ। କିନ୍ତୁ ସେହି ସମୟରେ ରାଜସ୍ବ ମନ୍ତ୍ରୀ କହିଥିଲେ ରାଜ୍ୟରେ ମରୁଡି ହୋଇନାହିଁ, ବର୍ଷା ଆଶଙ୍କା ରହିଛି, ସମୟ ଆସିଲେ ମରୁଡି ଘୋଷଣା କରାଯିବ ବୋଲି ଦମ୍ଭୋକ୍ତି  ପ୍ରକାଶ କରିଥିଲେ। ଏବେ ଖଣି ଦୁର୍ନୀତିରୁ ରକ୍ଷା ପାଇବା ପାଇଁ କେନ୍ଦ୍ରର ବୈମାତୃକ ମନୋଭାବ ଓ ଅବହେଳା କହିବା ଅତ୍ୟନ୍ତ ଦୁର୍ଭଗ୍ୟଜନକ। ଯଦି ବାସ୍ତବରେ ଚାଷୀଙ୍କ ପ୍ରତି ଆନ୍ତରିକତା ରହିଛି ତେବେ ଧନର ସର୍ବନିମ୍ନ ସହାୟକ ମୂଲ୍ୟ ୨୯୩୦ ଟଙ୍କା ଦେଇ ରାଜ୍ୟ ସରକାର କାହିଁକି କିଣୁନାହାନ୍ତି ବୋଲି ପ୍ରଶ୍ନ କରିଛନ୍ତି ନରସିଂହ । ସେହିପରି ବେଦାନ୍ତ ଦୁର୍ନୀତି ପ୍ରସଙ୍ଗ ଉଠାଇ  ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି । କୁଜଙ୍ଗ ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାରେ  ସିଧାସଳଖ ପୋଲିସର କାର୍ଯ୍ୟଦକ୍ଷତା ନେଇ ପ୍ରଶ୍ନ ଉଠାଇଛନ୍ତି ନରସିଂହ।

ସେପଟେ ପ୍ରମିଳା ମଲ୍ଲିକ କହିଛନ୍ତି, ରାଜ୍ୟବାସୀଙ୍କ ସ୍ୱାର୍ଥକୁ ନେଇ ଆମେ ବାଘ ଓ ସିଂହର ଭୂମିକା ନେଉଛୁ ଆଉ ଗର୍ଜନ କରିଛୁ । ସାଧାରଣ ଲୋକଙ୍କ ସାମସ୍ୟାକୁ ନେଇ ଗର୍ଜନ କରିଛୁ । କେନ୍ଦ୍ରକୁ ଆମେ ଭୟ କରୁନୁ । ନା କଂଗ୍ରେସକୁ ଭୟ କରୁଥିଲୁ ନା ବିଜେପିକୁ କରୁଛୁ ବୋଲି ପ୍ରମିଳା କହିଛନ୍ତି ।

   Related Posts