Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ସିନ୍ଧିଆ, ସୋନୋଓ୍ଵାଲ, ବୈଷ୍ଣବ, ଅନୁରାଗ ଠାକୁରଙ୍କ ସମେତ ୧୫ ଜଣ ନେଲେ କ୍ୟାବିନେଟ୍ ମନ୍ତ୍ରୀ ଶପଥ

7/07/2021 at 6:37 PM

ନୂଆଦିଲ୍ଲୀ ୦୭।୦୭: ନରେନ୍ଦ୍ର ମୋଦୀ ସରକାରର ଦ୍ଵିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇଛି। ବୁଧବାର ସନ୍ଧ୍ୟା ୬ଟାରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନର ଦରବାଲ ହଲ୍‌ରେ ଆୟୋଜିତ ସ୍ଵତନ୍ତ୍ର ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମନ୍ତ୍ରୀମାନଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡକ ଓ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ, ସିଡିଏସ ବିପିନ କୁମାର ରାଓ୍ଵତଙ୍କ ସହ ଅନେକ ବରିଷ୍ଠ ମନ୍ତ୍ରୀ ଓ ନେତା ଉପସ୍ଥିତ ଥିଲେ।

ପ୍ରଥମେ ୧୫ ଜଣ କ୍ୟାବିନେଟ୍ ମନ୍ତ୍ରୀ ଶପଥ ନେଇଛନ୍ତି। କ୍ୟାବିନେଟ୍ ମନ୍ତ୍ରୀ ଭାବେ ନାରାୟଣ ଟାଟୁ ରାଣେ, ସର୍ବାନନ୍ଦ ସୋନୋଓ୍ଵାଲ,  ଡ. ବୀରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ,  ଅଶ୍ଵିନୀ ବୈଷ୍ଣବ, ପଶୁପତି କୁମାର ପାର,  କିରେନ ରିଜିଜୁ, ରାଜ କୁମାର ସିଂହ, ହରଦୀପ ସିଂହ ପୁରୀ, ମନସୁଖ ପାଣ୍ଡଭିୟ, ଭୂପେନ୍ଦ୍ର ଯାଦବ, ପୁରୁଷତ୍ତୋମ ରୂପାଲା, ଜି.କିଶନ ରେଡ୍ଡୀ, ଅନୁରାଗ ଠାକୁର ଶପଥ ନେଇଛନ୍ତି।

   Related Posts