Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

6/05/2021 at 9:04 PM

ଭୁବନେଶ୍ୱର, ୦୬/୦୫: ଦେଶରେ ଦିନକୁ ଦିନ କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରି ଚାଲିଛି । ଦୈନିକ ସଂକ୍ରମଣ ୪ ଲକ୍ଷ ଉପରେ ରହୁଛି । ଏହାକୁ ନେଇ ବିଭିନ୍ନ ରାଜ୍ୟ ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ଭଳି ପ୍ରତିବନ୍ଧକ ଲଗାଉଛନ୍ତି । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ୍‌ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛନ୍ତି ।

ଓଡ଼ିଶାରେ ଥିବା କରୋନା ସ୍ଥିତିକୁ ନେଇ ମୋଦି ନବୀନ୍‌ଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି । ଏଥି ସହିତ ସେ ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ ଓ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଛନ୍ତି । ସେହିଭଳି ପୁଡୁଚେରୀ ଓ ଜାମ୍ମୁ କାଶ୍ମୀର ଉପରାଜ୍ୟପାଳଙ୍କ ସହିତ ମଧ୍ୟ ସେ କଥା ହୋଇଛନ୍ତି । ଏହି ସମୟରେ ସେ ସମ୍ପୃକ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର କୋଭିଡ୍‌ ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି ।

   Related Posts