Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଆଜି ଓଡିଶା ଆସୁଛନ୍ତି ମୋଦୀ, ଆକାଶମାର୍ଗରୁ ଦେଖିବେ ବାତ୍ୟାଞ୍ଚଳ, କରିବେ ସମୀକ୍ଷା

28/05/2021 at 7:32 AM

ଭୁବନେଶ୍ୱର ୨୮/୦୫: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ବାତ୍ୟା ‘ୟସ୍’ରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଅନୁଧ୍ୟାନ କରିବେ । ରାଜ୍ୟ ସରକାରଙ୍କ ସହ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା ମଧ୍ୟ କରିବେ ।

ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପୂର୍ବାହ୍ନ ସାଢ଼େ ୧୦ଟାରେ ପହଞ୍ଚିବେ । ସେଠାରେ ସେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତିର ସମୀକ୍ଷା କରିବେ । ଏହାପରେ ସେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାକୁ ଯିବେ । ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥିତି ସେ ଆକାଶମାର୍ଗରୁ ଦେଖିବେ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହେବେ ବୋଲି ସୂଚନା ମିଳିଛି । ଓଡ଼ିଶା ଗସ୍ତ ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ଯାଇ ବାତ୍ୟାଞ୍ଚଳ ପରିଦର୍ଶନ କରିବେ । ସେଠାରେ ମଧ୍ୟଏକ ସମୀକ୍ଷା ବୈଠକ ନେବାର କାର୍ଯ୍ୟସୂଚୀ ରହିଛି ।

ଉଲ୍ଲେଖଯୋଗ୍ୟ, ୨୦୧୯ର ଫୋନି ଏବଂ ୨୦୨୦ରେ ଅମ୍ଫନ ବାତ୍ୟା ପରେ ଓଡ଼ିଶା ଗସ୍ତରେ ଆସି ସବୁପ୍ରକାର ସହାୟତା ଯୋଗାଇ ଦେଇଥିଲେ । ପ୍ରଧାନମନ୍ତ୍ରୀ ୟାସ୍‌ ବାତ୍ୟାର ସମୀକ୍ଷା ପରେ ରାଜ୍ୟକୁ ପୂର୍ବଭଳି ସହଯୋଗ ଯୋଗାଇବା ଅନୁମାନ କରାଯାଉଛି ।

   Related Posts