ଆଜି ଜାତୀୟ କ୍ରୀଡା ଦିବସ

Published By : Prameya-News7 Bureau | August 29, 2019 IST

ନୂଆଦିଲ୍ଲୀ ୨୯୮: ଆଜି ଜାତୀୟ କ୍ରୀଡ଼ା ଦିବସ । ହକି ଲିଜେଣ୍ଡ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଆଜିର ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି। ପ୍ରତି ମଣିଷ ଜୀବନରେ ଖେଳର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ । ଏହି ଜନ୍ମ ଜୟନ୍ତି ଅବସରରେ ଦିଲ୍ଲୀସ୍ଥିତ ଜାତୀୟ ସ୍ପୋର୍ଟସ ଷ୍ଟାଡିୟମରେ ମେଜର ଧ୍ୟାନଚାନ୍ଦଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି କେନ୍ଦ୍ର କ୍ରୀଡା ମନ୍ତ୍ରୀ କିରଣ ରିଜଜୁ । ଏହା ସହ ଦେଶର ବିଭିନ୍ନ କ୍ରୀଡା ଅନୁଷ୍ଠାନ ମାନଙ୍କରେ  କ୍ରୀଡା ଦିବସ ପାଳନ କରାଯାଉଛି । ଅନ୍ୟପଟେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅର୍ଜୁନ ଓ ଖେଳ ରତ୍ନ ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର ମିଳିବ। ଏଥିସହ କ୍ରିକେଟର ରବୀନ୍ଦ୍ର ଜାଡ଼େଜା, ମହିଳା କ୍ରିକେଟର୍ ପୁନମ ଯାଦବ, ଆଥଲେଟ ତେଜିନ୍ଦର ପାଲ ସିଂ ତୁରଙ୍କ ଭଳି ୧୯ ଜଣ ଆଥଲେଟଙ୍କୁ ଅର୍ଜୁନ ପୁରସ୍କାର ମିଳିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.