Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IIFLରୁ ସୁନା ଲୁଟ୍ ମାମଲା : ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||

ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ : ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବିରେ ନବନିର୍ମାଣ କୃଷକ ସଂଗଠନର ବନ୍ଦ ପାଳନ

21/02/2019 at 8:50 AM

ଭୁବନେଶ୍ବର ୨୧|୨: ଆଜି ୧୨ ଘଣ୍ଟିଆ ଓଡିଶା ବନ୍ଦ। ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବିରେ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଡାକରା ଦେଇଛି ନବ ନିର୍ମାଣ କୃଷକ ସଙ୍ଗଠନ।

ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି । ଆନ୍ଦୋଳନକାରୀମାନେ ପିକେଟିଂ କରିବା ସହ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି । ୫୦ରୁ ଅଧିକ ଆନ୍ଦୋଳନକାରୀଙ୍କୁ ଉଠାଇ ନେଇଛି ପୋଲିସ । ବନ୍ଦ ଡାକରାକୁ ବିଜେପି ଓ କଂଗ୍ରେସର ସମର୍ଥନ କରିଛନ୍ତି ।

ବନ୍ଦ ପାଳନ ଯୋଗୁଁ କାଲି ଆରମ୍ଭ ହେବାକୁ ଥିବା ମାଟ୍ରିକ ପରୀକ୍ଷାରେ କୌଣସି ବିଭ୍ରାଟ ହେବନି ବୋଲି ନବନିର୍ମାଣ କୃଷକ ସଂଗଠନ ଦୃଢୋକ୍ତି ପ୍ରକାଶ କରିଛି। ବନ୍ଦ ପାଳନରୁ ଓହରିବା ନେଇ ରାଜ୍ୟସରକାରଙ୍କ ଅନୁରୋଧ ଓ ଚେତାବନୀ ସତ୍ତ୍ବେ ସଂଗଠନ ନିଜ ଜିଦରେ ରହି ଆଜି ବନ୍ଦ ପାଳନ କରୁଛି ।

ସେପଟେ ବନ୍ଦ ଡାକରାକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଛାତ୍ରଛାତ୍ରୀମାନଙ୍କ ପରୀକ୍ଷାରେ କୌଣସି ପ୍ରକାର ବାଧା ନଉପୁଜେ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥିବା ଡିସିପି ଅନୁପ ସାହୁ କହିଛନ୍ତି ।

ସେପଟେ ବନ୍ଦ ଯୋଗୁଁ ଆଜି ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନରେ  ହେବାକୁ ଥିବା ସବୁ ପରୀକ୍ଷା ବାତିଲ କରାଯାଇଛି ।  

   Related Posts