Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଦାମଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସଂକେତ ଦେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

11/09/2018 at 11:11 AM

ଭୁବନେଶ୍ବର ୧୧|୯:   ଜଗତସିଂହପୁର ଜିଲ୍ଲା ଏରସମା-ବାଲିକୁଦା ନିର୍ବାଚନମଣ୍ଡଳୀର ଆଉ କିଛି ବିଜେଡି କର୍ମୀ ଡାକ୍ତର ଦାମୋଦର ରାଉତଙ୍କ ବିରୋଧରେ ଆଜି ପୁଣି ଫେରାଦ ହୋଇଛନ୍ତି ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ପାଖରେ । ଶହେରୁ ଅଧିକ ବିଜେଡି କର୍ମୀ ସକାଳ ୯ଟା ୪୫ମିନିଟ୍ ରେ ନବୀନ ନିବାସରେ ପହଞ୍ଚି ଦାମଙ୍କୁ ଦଳରୁ ବହିସ୍କାର କରିବା ପାଇଁ ଦାବି କରିଛନ୍ତି । କର୍ମୀମାନଙ୍କ ସହ ଏରସମା-ବାଲିକୁଦା ବିଧାୟକ ପ୍ରଶାନ୍ତ ମୁଦୁଲି, ଜଗତସିଂହପୁର ବିଜେଡି ସଭାପତି ବିଷ୍ଣୁ ଦାସ ମଧ୍ୟ ନବୀନ ନିବାସରେ ପହଞ୍ଚିଥିଲେ । ଏହି ଦାବି ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି ଯେ, ‘ଦାମ ବାବୁଙ୍କୁ ବିରୋଧରେ ଏତେ ଲୋକ ଅଭିଯୋଗ କରୁଛନ୍ତି । ଏ ସଂପର୍କରେ ସେ ବିଚାର କରିବେ’ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଦିଲ୍ଲୀରୁ ଫେରିବା ପରେ ହୁଏତ ଦାମଙ୍କ ସଂପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି ବୋଲି ଆଲୋଚନା ହେଉଛି । ଗତକାଲି ଏରସମା-ବାଲିକୁଦା ବିଧାୟକ ପ୍ରଶାନ୍ତ ମୁଦୁଲି ଏବଂ ଜଗତସିଂହପୁର ଜିଲ୍ଲା ବିଜେଡି ସଭାପତି ତଥା ଯୋଜନା ବୋର୍ଡର ଉପାଧ୍ୟକ୍ଷ ବିଷ୍ଣୁ ଦାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଦାମୋଦର ରାଉତ ଦଳ ବିରୋଧୀ କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ କରିଥିଲେ ।

   Related Posts