Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

14/06/2020 at 4:46 PM

ଭୁବନେଶ୍ୱର, ୧୪|୦୬ :   ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିଛନ୍ତି । ତାଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଦୁଃଖିତ । ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ, ୩୪ବର୍ଷ ବୟସ୍କ ଅଭିନେତା ସୁଶାନ୍ତ ସିଂହ ରାଜପୁତ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସୁଶାନ୍ତଙ୍କ ଘରେ କାମ କରୁଥିବା ସହାୟିକା ପୋଲିସକୁ ଏବିଷୟରେ ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ମୁମ୍ବାଇ ପୋଲିସ୍ ଘଟଣାର ତଦନ୍ତ କରୁଛି। ସେ କିଛି ଦିନ ହେବ ମାନସିକ ଅଶାନ୍ତିରେ ରହୁଥିବା ମଧ୍ୟ ଖବର ମିଳିଛି।

ସେ ବଲିଉଡରେ ଜଣେ ଲୋକପ୍ରିୟ ଅଭିନେତା ଥିଲେ। ସେ ଟିଭିରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ସେ ପ୍ରଥମେ ‘କିସ ଦେଶ ମେଁ ହେ ମେରା ଦିଲ’ ଧାରାବାହିକରୁ ତାଙ୍କର ଅଭିନୟ ଆରମ୍ଭ କରିଥିଲେ କିନ୍ତୁ ତାଙ୍କୁ ଏକତା କପୁରଙ୍କ ପବିତ୍ର ରିସ୍ତାରୁ ପରିଚୟ ମିଳିଥିଲା। ଏହା ପରେ ସେ ଫିଲ୍ମ ଜଗତରେ ପାଦ ଥାପିଥିଲେ। ସେ ଫିଲ୍ମ କାଇ ପୋ ଚେ ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଏବଂ ତାଙ୍କ ଅଭିନୟର ମଧ୍ୟ ପ୍ରଶଂସା ମିଳିଥିଲା।

   Related Posts