Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ବିଜେପୁରରୁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

25/03/2019 at 2:37 PM

ଭୁବନେଶ୍ୱର ୨୫/୩ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜେପୁରରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି | ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି | ଏଥି ପୂର୍ବରୁ ଗତ ୨୦ ତାରିଖରେ ହିଞ୍ଜିଳି ପାଇଁ ମଧ୍ୟ ନବୀନ ପ୍ରାର୍ଥୀପତ୍ର ଦାଖଲ କରିସାରିଛନ୍ତି | ଚଳିତ ନିର୍ବାଚନରେ ନବୀନ ପଟ୍ଟନାୟକ ଉଭୟ ହିଞ୍ଜିଳି ଓ ବିଜେପୁର ଆସନରୁ ନିର୍ବାଚନ ଲଢ଼ୁଛନ୍ତି | ନବୀନଙ୍କ ବିରୋଧରେ ହିଞ୍ଜିଳିରୁ ବିଜେପି ପୀତାମ୍ବର ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିବାବେଳେ କଂଗ୍ରେସ ଓ ସିପିଆଇ ମେଣ୍ଟ ପକ୍ଷରୁ ରାମକୃଷ୍ଣ ପଣ୍ଡା ପ୍ରାର୍ଥୀ ହୋଇଛନ୍ତି |


ଅପରପକ୍ଷରେ ବିଜେପୁରରେ ନବୀନଙ୍କୁ ଟକ୍କର ଦେବେ କଂଗ୍ରେସ ପ୍ରାର୍ଥୀ ରିପୁନାଥ ସେଠ | ବିଜେପି ବର୍ତ୍ତମାନ ସୁଦ୍ଧା ବିଜେପୁର ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ | ବିଜେପୁରରୁ ସୁବାସ ଚୌହାନଙ୍କୁ ବିଜେପି ପ୍ରାର୍ଥୀ କରିବାକୁ ଚାହୁଁଥିଲା | ତେବେ ସୁବାସ ଚୌହାନ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ | ସୁବାସ ଚୌହାନ ଗତଥର ବରଗଡ଼ ଲୋକସଭା ଆସନରୁ ବିଜେପିରୁ ପ୍ରାର୍ଥୀ ହୋଇଥିଲେ | କିନ୍ତୁ ତାଙ୍କୁ ଚାଳିତଥର ବରଗଡ଼ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ନକରି ସୁରେଶ ପୂଜାରୀଙ୍କୁ ପ୍ରାର୍ଥୀ କରିଛି | ଫଳରେ ସୁବାସ ଚୌହାନ ଅସନ୍ତୁଷ୍ଟ ଅଛନ୍ତି |


ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ହୋଇଥିବାରୁ ବିଭିନ୍ନ ସ୍ଥାନରେ ଦଲଯ ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି | ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖକୁ ଆଉ ମାତ୍ର ଗୋଟିଏ ଦିନ ରହିଛି | ଫଳରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀମାନେ ମଧ୍ୟ ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ କରିବାରେ ଲାଗିଛନ୍ତି | ଆଜି ବରଗଡ଼ ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ଏବଂ ବରଗଡ଼ ବିଧାନସଭା ଆସନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି |

   Related Posts