ଦେଶରେ ପୁଣି ଏକ ନମ୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କୋଭିଡ୍ ମୁକାବିଲାରେ ସବୁଠୁ ଆଗରେ ଓଡିଶା

Published By : Prameya-News7 Bureau | January 21, 2022 IST

ଭୁବନେଶ୍ୱର, ୨୧/୦୧:  ପୁଣି ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ସର୍ଭେର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ସ୍ଥାନ ପାଇଲେ ନବୀନ ପଟ୍ଟନାୟକ । ସର୍ଭେ ରିପୋର୍ଟରେ ଶୀର୍ଷରେ ରହିଛନ୍ତ ନବୀନ ପଟ୍ଟନାୟକ ।

୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ରିପୋର୍ଟରେ କୋଭିଡ-୧୯ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ସେହିପରି ମହାମାରୀ ମୁକାବିଲାରେ ବି ଓଡ଼ିଶା ଏକ ନମ୍ବର ହୋଇଛି । ଜନକଲ୍ୟାଣ ଯୋଜନା ଓ ଲୋକାଭିମୁଖୀ ଶାସନର ରୋଲ୍ ମଡେଲ ହେଉଛନ୍ତି ନବୀନ ପଟ୍ଟନାୟକ । ରାଜ୍ୟରେ ବିକାଶ, ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନକୁ ପାଥେୟ କରି ଏହି ସର୍ଭେ କରାଯାଇଛି । ନାରୀ ସଶକ୍ତିକରଣ, ସ୍ଥିରତା, ସୁଶାସନ, ଦୁର୍ନୀତି ଓ ଭ୍ରଷ୍ଟାଚାରମୁକ୍ତ ଓଡ଼ିଶା ଗଠନରେ ନବୀନ ସାଜିଛନ୍ତି ଷ୍ଟେଟସ୍ ମ୍ୟାନ୍ । ସଫଳ କୋଭିଡ୍ ପରିଚାଳନା ପାଇଁ ଓଡ଼ିଶାକୁ ୭୬.୭ ପ୍ରତିଶତ ଲୋକଙ୍କଠାରୁ ମିଳିଛି ସମର୍ଥନ ।

ଦ୍ୱିତୀୟରେ ଉତ୍ତରପ୍ରଦେଶ, ତୃତୀୟ ଆସାମ, ଚତୁର୍ଥରେ ତାମିଲନାଡୁ ଓ ପଞ୍ଚମରେ ମହାରାଷ୍ଟ୍ର ରହିଛି । ଲୋକପ୍ରିୟତାରେ ନବୀନଙ୍କ ପଛକୁ ରହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୬୯.୯ ପ୍ରତିଶତ ଲୋକ ମମତାଙ୍କୁ ପସନ୍ଦ କରିଛନ୍ତି । ତୃତୀୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ରହିଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଅନେକ ସର୍ଭେରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନମ୍ବର ସ୍ଥାନ ଅଳଙ୍କୃତ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.