Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ଭାରତୀୟ ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କହିଲେ- ‘ପ୍ରେରଣାର ଉତ୍ସ ହେବ ଏହି ଐତିହାସିକ ବିଜୟ’

5/08/2021 at 9:39 AM

ଭୁବନେଶ୍ୱର , ୦୫/୦୮ : ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ହକି ଟିମ୍ । ଦଳ ୪ ଦଶନ୍ଧି ପରେ ପଦକ ଜିତିଛି । ଗୁରୁବାର ଖେଳାଯାଇଥିବା ଜର୍ମାନୀ ବିପକ୍ଷ ମୁକାବିଲାରେ ଟିମ୍ ଇଣ୍ଡିଆ ୫-୪ ଗୋଲରେ ମ୍ୟାଚ୍ ଜିତି ନେଇଛି । ଏହାସହ ୪୧ ବର୍ଷ ପରେ ପଦକ ଉପରେ କବଜା କରିଛି ।

ଭାରତୀୟ ଦଳ ମ୍ୟାଚ୍ ଜିତିବା ପରେ ଚାରିଆଡୁ ପ୍ରଶଂସା ଓ ଶୁଭେଚ୍ଛାର ସୂଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମନ୍ତ୍ରୀ, ଖେଳାଳି ଆଦି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ନବୀନ ଟ୍ୱିଟ୍ କରି କହିଛନ୍ତି ଯେ, ଭାରତୀୟ ହକି ଟିମକୁ ଅଭିନନ୍ଦନ । ଦଳ ଜବରଦସ୍ତ ବିଜୟ ହାସଲ କରି ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି । ଏହା ହେଉଛି ଐତିହାସିକ ବିଜୟ । ଏହି ବିଜୟ ଆଗାମୀ ଦିନରେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ ।

ସୂଚନାଯୋଗ୍ୟ, ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ଅଛି । ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ ।

   Related Posts