Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ବିଜୟ ପରେ ଖେଳାଳିଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଅଭିନନ୍ଦନ

5/08/2021 at 12:14 PM

ଭୁବନେଶ୍ୱର, ୦୫/୦୮ : ଟୋକିଓ ଅଲିମ୍ପିକ୍ସରେ ପଦକ ହାତେଇଛି ଭାରତୀୟ ହକି ଦଳ । ଶକ୍ତିଶାଳୀ ଜର୍ମାନୀକୁ ୫-୪ରେ ହରାଇ ଭାରତ ବ୍ରୋଞ୍ଜ ଜିତିଛି ।ମ୍ୟାଚ୍ ଜିତିବା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇବା ସହ ଫୋନରେ କଥା ହୋଇଛନ୍ତି ।

ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତୀୟ ହକି ଦଳ । ୨୦୧୮ରୁ ଓଡ଼ିଶା ଭାରତୀୟ ହକି ଟିମ୍‌ର ପ୍ରାୟୋଜକ ଅଛି । ହକି ପାଇଁ ଓଡ଼ିଶାର ଅବଦାନ ମଧ୍ୟ ଅନନ୍ୟ । ଭାରତ ଜିତିବା ପରେ ନବୀନ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଥିଲେ । ଏହାପରେ ସେ ଫୋନରେ ଖେଳାଳିଙ୍କ ସହ କଥା ମଧ୍ୟ ହୋଇଛନ୍ତି । ଏହାସହ ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ସୂଚନାଯୋଗ୍ୟ, ଏହି ହାଇଭୋଲଟେଜ୍ ମୁକାବିଲାରେ ଟିମ୍ ଇଣ୍ଡିଆ ସେତେଟା ଭଲ ଆରମ୍ଭ କରିନଥିଲା । କିନ୍ତୁ ଲଗାତର ଭାବେ ଗୋଲ କରି ପ୍ରତ୍ୟାବର୍ତ୍ତନ କରିଥିଲା । ପ୍ରଥମ କ୍ୱାର୍ଟର ଶେଷ ହେବା ଠିକ୍ ପୂର୍ବରୁ ଜର୍ମାନୀ ଉପରେ ଭାରତ ଭାରି ପଡିଥିଲା । ତେବେ ଶେଷ କ୍ୱାର୍ଟରରେ ଜର୍ମାନୀ ଆଉ ଏକ ଗୋଲ ଦେଇ ୪-୫କୁ ଆଣିଥିଲା ।ଏହାପରେ ବି ଦଳକୁ ପେନାଲ୍ଟି ମିଳିଥିବା ବେଳେ ଫାଇଦା ଉଠାଇପାରିନଥିଲା ।ଉଭୟ ଦଳ ମଧ୍ୟରେ କଡା ଟକ୍କର ହୋଇଥିଲେ ବି ଭାରତ ୫-୪ରେ ଆଗୁଆ ରହି ମ୍ୟାଚ୍ ଜିତିନେଇଥିଲା । ମ୍ୟାଚ୍ ଜିତିବା ପରେ ଭାରତକୁ ଅଲିମ୍ପିକ୍ସରେ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ମିଳିଛି ।

   Related Posts