ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଲେ ଆଶୁ ଆରୋଗ୍ୟ କାମନା

Published By : Prameya-News7 Bureau | August 04, 2020 IST

ଭୁବନେଶ୍ୱର, ୦୪|୦୮:  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ତେବେ ଏହି ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

wp:html /wp:html

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବର ଜାଣିବାକୁ ପାଇଛନ୍ତି । ଖବର ପାଇବା ପରେ ସେ ଧର୍ମେନ୍ଦ୍ରଙ୍କ ସହ କଥା ହୋଇଛନ୍ତି ।ଏହାସହ ତାଙ୍କର ଶୀଘ୍ର ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

{"id":309861,"sizeSlug":"large"}
file pic

ସୂଚନାଯୋଗ୍ୟ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ହରିୟାଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି । ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି । ରବିବାର ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଧର୍ମେନ୍ଦ୍ର ପ୍ରଧାନ ହେଉଛନ୍ତି ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଯିଏ କରୋନା ସଂକ୍ରମିତ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.