ସମ୍ବଲପୁରରେ ନବୀନଙ୍କ ଜୋରଦାର ପ୍ରଚାର, କହିଲେ ଜୁଲାଇରୁ ଆସିବନି ବିଜୁଳି ବିଲ୍‌

Published By : Prameya-News7 Bureau | May 17, 2024 IST

ସମ୍ୱଲପୁର ୧୭/୦୫: ସମ୍ୱଲପୁର ୧୭/୦୫: ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜୟ ମାଁ ସମଲେଇ କହି ନିଜର ଭାଷଣ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

ବିଜେଡି ସରକାର ମାଗଣା ବିଜୁଳି ଦେବେ । ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ । ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ବିଶ୍ୱାସ ନ କରି ବିଜେଡି ପ୍ରାର୍ଥୀଙ୍କୁ ଭରସିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 


ଚଳିତ ନିର୍ବାଚନରେ ସମ୍ବଲପୁରରେ ସାଂସଦ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଏହାପୂର୍ବରୁ ପ୍ରଣବଙ୍କ ନାମାଙ୍କନପତ୍ର ଦାଖଲ ଦିନ ମଧ୍ୟ ତାଙ୍କର ବିଜୟ ପାଇଁ ଶୁଭେଚ୍ଛା ଜଣାଇଥିଲେ ନବୀନ ପଟ୍ଟନାୟକ । ଏତେ ଖରାରେ ଆସିଛନ୍ତି ଓ ଦୂରରୁ ଆସିଛନ୍ତି ସେଥିପାଇଁ ଧନ୍ୟବାଦ । 

ଏହାପରେ BSKY ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ ଭଲ କି, ୫ଟି ସ୍କୁଲ ଭଲ କି, କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ ଯୋଜନା ଭଲ କି, ଚାଉଳ କାର୍ଡ ଭଲ କି, ସମଲେଇ କାମ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି ବୋଲି ଉପସ୍ଥିତ ଜନସାଧାରଣଙ୍କୁ ପଚାରିଥିଲେ । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.