Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ମହାରାଷ୍ଟ୍ର ଗଡଚିରୋଲିରେ ଏନକାଉଣ୍ଟର : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

28/04/2021 at 11:47 AM

ମହାରାଷ୍ଟ୍ର ୨୮/୪ : ମହାମାରୀ ସମୟରେ ସକ୍ରିୟ ହୋଇପଡିଛନ୍ତି ମାଓବାଦୀ । ମହାରାଷ୍ଟ୍ର ଗଡଚିରୋଲିରେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷା କର୍ମୀ ଓ ମାଓବାଦୀ । ସକ୍ରିୟ ହୋଇ ଉଠିଥିବା ମାଓବାଦୀଙ୍କୁ କଡ୍ଡା ଜବାବ ଦେଇଛନ୍ତି ସୁରକ୍ଷାକର୍ମୀ । ଏଟ୍ଟାପଲ୍ଲୀ ଜଙ୍ଗଲରେ ଏନକାଉଣ୍ଟରରେ ଟଳିଛନ୍ତି ୨ ମାଓବାଦୀ । ଏହାସହ ସେମାନଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା କର୍ମୀ ।

ଗଡଚିରୋଲିର ଏସପି ଅଙ୍କିତ ଗୋୟଲ ଏହି ସୂଚନା ଦେଇଛନ୍ତି । ସୁଚନା ଅନୁଯାୟୀ ମହାରାଷ୍ଟ୍ରର ଗଡ଼ଚିରୋଲି ହେଉଛି ମାଓ ପ୍ରବଣ ଏରିଆ । ଏଟ୍ଟାପଲ୍ଲୀ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରି ରହିଥିବା ପୋଲିସକୁ ଗୁଇନ୍ଦା ସୂତ୍ରୁରୁ ସୂଚନା ମିଳିଥିଲା । ପରେ ପୋଲିସ ତାର ଅପରେସନ୍ ଆରମ୍ଭ କରିଥିଲା । ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚଳାଇଥିଲେ । ତେବେ ସୁରକ୍ଷାକର୍ମୀ ମାନେ ଏହାର ପାଲଟା ଜବାବ ଦେଇଥିଲେ । ଯାହାଫଳରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା । ଏନକାଉଣ୍ଟର ସ୍ଥଳରୁ ବର୍ତ୍ତମାନ ଦୁଇ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହାପରେ ସେଠାରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

   Related Posts