Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ପାରିବାରିକ କଳହର କରୁଣ ପରିଣତି ; ନିଆଁରେ ଜଳିଗଲେ ସ୍ବାମୀ ଓ ସ୍ତ୍ରୀ

29/11/2018 at 10:57 AM

ନୟାଗଡ ୨୯|୧୧:  ପାରିବାରିକ କଳହରୁ ଜଳିଗଲେ ସ୍ବାମୀ ସ୍ତ୍ରୀ । ନୟାଗଡ଼ ଖଣ୍ଡପଡ଼ା ସହର ମାଳିସାହିର ସଦାନନ୍ଦ ଏବଂ ଋତୁପର୍ଣ୍ଣାଙ୍କର କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଗତକାଲି ଅପରାହ୍ନରେ  କୌଣସି କାରଣକୁ ନେଇ  ସଦାନନ୍ଦ ପ୍ରଧାନ ଓ ତାଙ୍କ ପତ୍ନୀ ଋତୁପର୍ଣ୍ଣାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଯାହାକୁ ନେଇ କିରୋସିନ ଢାଳି ହୋଇ  ଆତ୍ମହତ୍ୟା ଉଦ୍ୟମ କରିଥିଲେ ସଦାନନ୍ଦ । ତାଙ୍କ ପତ୍ନୀ ଋତୁ ଏହା ଦେଖି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ । ଏଥିରେ ସେ ମଧ୍ୟ ଗୁରୁତର ହୋଇଥିଲେ ।  ପାଟି ଶୁଣି ସାହି ଲୋକେ ଘର କବାଟ ଭାଙ୍ଗି ଉଭୟଙ୍କୁ ଉଦ୍ଧାର କରି ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ ପଠାଇ ଦିଆଯାଇଥିଲା ।

   Related Posts