ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ

Published By : Prameya-News7 Bureau | January 18, 2021 IST

ନୂଆଦିଲ୍ଲୀ ୧୮।୦୧: ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇଛି । ସେପଟେ କରୋନାର ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ-ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ୧୩,୭୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪୫ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଲଗାତର ଭାବେ ଦେଶରେ କରୋନା ଆକ୍ଟିଭ କେସ୍ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି ।

wp:html /wp:html

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୦୫,୭୧,୭୭୩ରେ ପହଞ୍ଚିଛି । ସେହିପରି ଗତ ୨୪ଘଣ୍ଟାରେ ୧୪୫ଜଣଙ୍କ ମୃତ୍ୟୁ ହୋଇଛି । ଯାହାକୁ ମିଶାଇ ଦେଶରେ ୧,୫୨,୪୧୯ରେ ପହଞ୍ଚିଛି ।

ସେହିପରି ଦେଶରେ ଗତ ୨୪ଘଣ୍ଟାରେ ୧୪,୪୫୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ଦେଶରେ ଏବେ ଯାଏଁ ୧,୦୨୧୧,୩୪୨ରେ ପହଞ୍ଚିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ ଦେଶରେ ଲଗାତର କରୋନାର ଆକ୍ଟିଭ୍‌ କେସ୍ ସଂଖ୍ୟା କମିବାରେ ଲାଗିଛି । ବର୍ତ୍ତମାନ ୨,୦୮,୦୧୨ କରୋନା ସଂକ୍ରିୟ କେସ୍‌ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.