Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ

16/01/2021 at 10:52 AM

ନୂଆଦିଲ୍ଲୀ ୧୬।୦୧: ଦେଶରେ ଆଜି ଠାରୁ କରୋନା ଟିକାକରଣ ଆରମ୍ଭ ହୋଇଛି । କିନ୍ତୁ ସଂକ୍ରମଣ ସଂଖ୍ୟା କମ୍‌ ହୋଇଥିଲେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବନ୍ଦ ହୋଇନାହିଁ । ଦେଶରେ ଲଗାତର ଭାବେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ-ବୃଦ୍ଧି ପାଇବାରେ ଲାଗିଛି । ଗତ୨୪ଘଣ୍ଟାରେ ଦେଶରେ ୧୫ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାର ରେକର୍ଡ ହୋଇଛି ।  

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ଦେଶରେ ୧୫୧୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭୫ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୦୫,୪୨,୮୪୧ରେ ପହଞ୍ଚିଛି । ସେହିପରି ଦେଶରେ କରୋନାରେ ମୋଟ ମୃତକଙ୍କ ସଂଖ୍ୟା ୧,୫୨,୦୯୩ରେ ପହଞ୍ଚିଛି ।  

ସେହିପରି ଗତ ୨୪ଘଣ୍ଟାରେ ଦେଶରେ ୧୬୯୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ଦେଶରେ ଏବେ ଯାଏଁ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୭୯,୭୧୫ରେ ପହଞ୍ଚିଛି । ଦେଶରେ ଆକ୍ଟିଭ୍‌ କେସ୍‌ ଓ ସୁସ୍ଥ ସଂଖ୍ୟା ମଧ୍ୟରେ ବଡ଼ଧରଣ ପାର୍ଥକ୍ୟ ରହିଛି । ଦେଶରେ ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ ୨,୧୧,୦୩୩ ରହିଛି ।   

   Related Posts