Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଖୁଡିକୁ ହାଣିଲା, ଗାଁ ମୁଣ୍ଡ ଗଛରେ ରଶିରେ ଝୁଲିଗଲା : ଦୁଇ ଦୁଇଟି ଅପମୃତ୍ୟୁର କାରଣକୁ ନେଇ ଆଲୋଡ଼ନ

19/04/2021 at 2:53 PM

ଜଗତସିଂହପୁର ୧୯।୦୪: ଜଗତସିଂହପୁର ଜିଲ୍ଲା ସଦର ଥାନା ଏକସୁଧା ଗାଁର ଅଭାବନୀୟ ଘଟଣା । ଖୁଡିକୁ ହାଣି ଦେଲା ପୁତୁରା । ଏହାପରେ ନିଜ ରଶି ଲଗାଇ ଆତ୍ମହତ୍ୟା କରିଛି । ଯାହାକି ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣାସ୍ଥଳରେ ଜଗତସିଂହପୁର ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଖବର ଅନୁଯାୟୀ, ଏକସୁଧା ଗାଁର ପ୍ରସନ୍ନ ଜେନାଙ୍କ ପୁଅ ଦେବୀ ପ୍ରସାଦ ଜେନା ତାଙ୍କର ନିଜ ଖୁଡି ଲିପ୍ସା ଜେନାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । ସୋମବାର  ଦିନ ୧୦ଟା ସମୟରେ ଲିପ୍ସା ଦାଣ୍ଡକୁ ଅଳିଆ ଫୋପାଡିବା ପାଇଁ ଆସିଥିଲେ। ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ପୁତୁରା ଦେବୀ ପ୍ରସନ୍ନ ତାଙ୍କୁ ଏକ ଧାରୁଆ ଟାଙ୍ଗିଆରେ ମୁଣ୍ଡକୁ ଆକ୍ରମଣ କରିଥିଲା । ଘଟଣା ସ୍ଥଳରେ ଖୁଡିଙ୍କର ମୃତ୍ୟୁ ହୋଇଯାଇଛି । ଏହାପରେ ହତ୍ୟାକାରୀ ପୁତୁରା ଗାଁ ନିକଟରେ ଥିବା ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଦେଇଛି ।  ତେବେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ବିବାଦ ଲାଗିରହିଥିଲା । ସେହି କାରଣରୁ ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଜଗତସିଂହପୁର ପୋଲିସ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  ।

   Related Posts