Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ଘଟଣା, ଆଜୀବନ ସଜ୍ଜା ଭୋଗୁଥିବା ମୁଖ୍ୟ ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

17/08/2020 at 9:01 AM

ଜୟପୁର ୧୭।୦୮: ରାୟଗଡାର ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି । ୨୦୧୬ ଏପ୍ରିଲ ୨୬ରେ ନେତ୍ରାନନ୍ଦ ଦୋଷୀ ସାବ୍ୟସ୍ତ ହୋଇ କୋରାପୁଟରେ ଜେଲରେ ଆଜୀବନ ସଜା କାଟୁଥିଲେ । ଗତ ୨ ଦିନ ଧରି ସେ ଅସୁସ୍ଥ ଅନୁଭବ କରୁଥିଲେ । ଗତକାଲି ରାତିରେ ତାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା କୋରାପୁଟ ଜେଲ୍ ଅଧୀକ୍ଷକ ସୂଚନା ଦେଇଛନ୍ତି ।

୨୦୧୩ ଅକ୍ଟୋବର ୨୭ରେ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା । ଏହି ମାମଲା ନେଇ ରାଜ୍ୟରେ ବେଶ ହଟଚମଟ ହୋଇଥିଲା । ଏହି ମାମଲାରେ କାଶୀପୁର ବ୍ଲକର ସ୍କୁଲ SI ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ କୋର୍ଟ । ସେବେଠାରୁ ସେ ଜେଲ୍‌ରେ ଆଜୀବନ ସଜା କାଟୁଥିଲେ । କିନ୍ତୁ ଆଜି ତାଙ୍କର ମୃତ୍ୟୁ ହୋଇଯାଇଛି ।

   Related Posts