Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ଅଲୋଡା ଶିଶୁପୁତ୍ର : ରାସ୍ତା କଡରୁ ନବଜାତକକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍

1/02/2021 at 9:43 AM

କନ୍ଧମାଳ ୧।୨: ରାସ୍ତା କଡରୁ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି । ଫୁଲବାଣୀ କେନ୍ଦୁପଦର ସେବାଶ୍ରମ ରାସ୍ତା କଡରୁ ଶିଶୁଟିକୁ ଉଦ୍ଧାର କରାଯାଇଛି । ଶିଶୁପୁତ୍ରକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ କେନ୍ଦୁପଦର ସେବାଶ୍ରମ ରାସ୍ତା କଡରେ ନବଜାତ ଶିଶୁ ପୁତ୍ରଟି ପଡିଥିବାର ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ପରେ ଚାଇଲ୍ଡ ଲାଇନକୁ ଏ ନେଇ ଖବର ଦିଆଯାଇଥିଲା । ଖବର ପାଇ ଚାଇଲ୍ଡ ଲାଇନ ସଦସ୍ୟ ଅନୁପ କୁମାର ସାହୁ, ଚିକୁନ କୁମାର ପ୍ରଧାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି କାନ୍ଦୁଥିବା ଅବସ୍ଥାରେ ଶିଶୁପୁତ୍ରଟିକୁ ଉଦ୍ଧାର କରିଥିଲେ ।

ଶିଶୁଟିକୁ ଉଦ୍ଧାର କରିବା ପରେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶିଶୁଟି ଏବେ ଏସଏନସିୟୁରେ ଚିକିତ୍ସାଧୀନ ରହିଛି । ତାର ସ୍ଵାସ୍ଥ୍ୟାବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି । ନବଜାତକ ଶିଶୁ ପୁତ୍ରକୁ କିଏ ଏବଂ କାହିଁକି ଏଠାରେ ପକାଇ ଦେଇଥିଲା ତାହା ସ୍ପଷ୍ଟ ଜଣାପଡିନାହିଁ । ଶିଶୁର କାନ୍ଦ ଶୁଣି ସ୍ଥାନୀୟଲୋକେ ଚାଇଲ୍ଡ ଲାଇନକୁ ଜଣାଇଥିଲେ।

   Related Posts