Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ

20/10/2021 at 9:34 AM

ନୂଆଦିଲ୍ଲୀ ୨୦/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୬୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୧ ଲକ୍ଷ ୦୮ ହଜାର ୯୯୬ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୨ ହଜାର ୬୫୧ରେ ପହଞ୍ଚିଛି । ଏବେ ଦେଶରେ ୧୭୮୦୮୯ ସକ୍ରିୟ ମାମଲା ରହିଛି । ସେହିପରି ୩୩୪୭୮୨୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts