ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
23/11/2020 at 7:03 PM

ଭୁବନେଶ୍ବର୨୩/୧୧: ରାଜ୍ୟର ୬ ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତି। ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ହେଲେ ସବିତା ଆଚାର୍ଯ୍ୟ। ସେହିପରି ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର କୁଳପତି ହେଲେ ଅପରାଜିତା ଚୌଧୁରୀ। ଫକୀର ମୋହନ ବିଶ୍ବବିଦ୍ୟାଳୟ କୁଳପତି ହେଲେ ଦୀନବନ୍ଧୁ ସାହୁ।
ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ କୁଳପତି ହେଲେ ଏନ୍. ନାଗରାଜୁ। ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର କୁଳପତି ହେଲେ କିଶୋର ବାସା। ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର କୁଳପତି ହେଲେ ପ୍ରଫୁଲ୍ଲ ମହାନ୍ତି। ଏ ସମସ୍ତ କୁଳପତିଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ଗଣେଶୀ ଲାଲ।
Related Posts
ଜଙ୍ଗଲରେ ନିଆଁ, ଜଳିଗଲା ୧୫ ଶହରୁ ଅଧିକ ଗଛ
19 January 2021
ଉତ୍ତର ଦିଲ୍ଲୀର ବର୍ଜ୍ୟରୁ ପ୍ରସ୍ତୁତ ହେବ ଇନ୍ଧନ: ଧର୍ମେନ୍ଦ୍ର ପ୍ରଧାନ
19 January 2021
ଉଦଳା: ବାଇକ୍ ଡିକି ଭାଙ୍ଗି୨ ଲକ୍ଷ ଟଙ୍କା ଲୁଟି ନେଲେ ଲୁଟେରା
19 January 2021