ଦେଶରେ ଖସୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୮ହଜାରରୁ ଅଧିକ ପଜିଟିଭ୍, ୬୨୪ ମୃତ

Published By : Prameya-News7 Bureau | July 14, 2021 IST

ନୂଆଦିଲ୍ଲୀ, ୧୪/୦୭ : ଦେଶରେ ତଳକୁ ଖସିବାରେ ଲାଗିଛି କରୋନା ସଂକ୍ରମଣ । ଦୈନିକ ଲକ୍ଷାଧିକ ଟ୍ରେଣ୍ଡ ପରେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୨୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୮୭୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୬୨୪ ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୪୬ ହଜାର ୦୭୪ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୧ ହଜାର ୪୦୮ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩,୦୧,୦୪,୭୨୦ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪,୨୯,୯୪୬।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.