Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଦେଶର ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ୪୫ ହଜାରରୁ ଅଧିକ ପଜିଟିଭ ଚିହ୍ନଟ, ୮୧୭ ମୃତ

30/06/2021 at 9:48 AM

ନୂଆଦିଲ୍ଲୀ ୩୦/୬ : ଦେଶରେ ତଳକୁ ତଳକୁ ଖସିଛି କରୋନା ସଂକ୍ରମଣ । ଦୈନିକ ଲକ୍ଷାଧିକ ସଂକ୍ରମିତ ଚିହ୍ନଟ ପରେ ଏବେ ୧ ଲକ୍ଷ ତଳକୁ ଖସିଛି ଗ୍ରାଫ୍ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୧୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୫,୯୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୭ଶହ ତଳକୁ ଖସିଛି । ୨୪ ଘଣ୍ଟା ମଧ୍ୟରେ ୮୧୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩ ଲକ୍ଷ ୬୨ ହଜାର ୮୪୮ରେ ପହଞ୍ଚିଛି ।


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୮ ହଜାର ୪୪୫ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୪ ଲକ୍ଷ ୨୭ ହଜାର ୩୩୦ ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୩୭୦୬୪ ।

   Related Posts