ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୮୬ କରୋନା ସଂକ୍ରମିତ, ୩୨୨୨୯୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | December 09, 2020 IST

ଭୁବନେଶ୍ବର ୦୯।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୨୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୨୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୬୯୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୨୫୦୫୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.