ରାଜ୍ୟରେ ଆଜି ୩୬୪୫ କରୋନା ସଂକ୍ରମିତ, ୧୫୮୬୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | September 15, 2020 IST

ଭୁବନେଶ୍ୱର ୧୫।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୬୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୬୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:core-embed/twitter {"url":"https://twitter.com/IPR_Odisha/status/1305744348714209280","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1305744348714209280
/wp:core-embed/twitter

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୯ଜଣ , ବାଲେଶ୍ୱର ଜିଲ୍ଲାରୁ ୧୫୬ଜଣ, ,ବରଗଡ଼ ଜିଲ୍ଲାରୁ ୧୫୭ଜଣ ,ଭଦ୍ରକ ଜିଲ୍ଲାରୁ ୧୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୯ଜଣ, ବୌଦ୍ଧ ଜିଲ୍ଲାରୁ ୩୦ଜଣ, କଟକ ଜିଲ୍ଲାରୁ ୩୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୮ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯୫ଜଣ, ଯାଜପୁର ଜିଲ୍ଲାରୁ ୧୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୯ଜ,. କନ୍ଧମାଳ ଜିଲ୍ଲାରୁ ୯୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୭ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୨୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୭୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୭ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୪ଜଣ, ଷ୍ଟେଟ ପୁଲ୍‌ରୁ ୩୪୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୮୬୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୯୨୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୦୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୧୬୪୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.