Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୨୮୨ ପଜିଟିଭ୍ ଚିହ୍ନଟ

9/04/2021 at 8:39 AM

ଭୁବନେଶ୍ବର ୦୯।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଅନୁଗୋଳରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡରୁ ୮୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡାରୁ ୩୬, କଳାହାଣ୍ଡିରୁ ୧୦୮, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୬, ଖୋର୍ଧାରୁ ୧୯୨, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦, ନୂଆପଡାରୁ ୮୨, ପୁରୀରୁ ୨୮, ରାୟଗଡାରୁ ୧୫, ସମ୍ବଲପୁରରୁ ୮୨, ସୋନପୁରରୁ ୧୨ ଓ ସୁନ୍ଦରଗଡରୁ ୨୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts