କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୪୦ ହଜାରରୁ ଅଧିକ ପଜିଟିଭ୍, ୩୭୪୧ ମୃତ

Published By : Prameya-News7 Bureau | May 23, 2021 IST

ନୂଆଦିଲ୍ଲୀ,୨୩/୦୫:  ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୪୧ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୪୦  ହଜାର  ୮୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୭୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୪୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୫ ଲକ୍ଷ ୩୦ ହଜାର ୧୩୨ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୯ ହଜାର ୨୬୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୪ ଲକ୍ଷ ୨୫ ହଜାର ୪୬୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୦୫୩୯୯।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.