Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଲଘୁଚାପ, ବାତ୍ୟା ଆଶଙ୍କା ନେଇ ସତର୍କତା, ରଜ ଆରମ୍ଭରୁ ପ୍ରବଳ ବର୍ଷିବ

12/06/2021 at 1:06 PM

ଭୁବନେଶ୍ୱର,୧୨/୦୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଯାହା ସକ୍ରିୟ ରହିଛି । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ବଳୟ ବାତ୍ୟାରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । କାରଣ ଏହା ଧିରେଧିରେ ଘନିଭୂତ ହେଉଛି ।

ଗତ ୨ ମାସ ମଧ୍ୟରେ ଦେଶରେ ଲଗାତର ଦୁଇଟି ବାତ୍ୟା ଆସିଥିଲା । ତାଉକତେରେ ମହାରାଷ୍ଟ୍ର, ଗୁଜୁରାଟ ଆଦି ରାଜ୍ୟ ପ୍ରଭାବିତ ହୋଇଥିବା ବେଳେ ୟାସ୍ ଓଡିଶା ଓ ପଶ୍ଟିମବଙ୍ଗରେ ତାଣ୍ଡବ ରଚିଥିଲା । ଏବେ ଆଉ ଏକ ସମ୍ଭାବ୍ୟ ବାତ୍ୟା ଚିନ୍ତା ବଢାଇ ଦେଇଛି ।

ଆଇଏମଡିର କହିବାନୁସାରେ, ଦକ୍ଷିଣ-ପଶ୍ଚିମା ମୌସୁମୀ ବାୟୁ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଅତିରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ଆସନ୍ତା ୨ରୁ ୩ ଦିନ ଯାଏଁ ଏପରି ବର୍ଷା ଲାଗି ରହିବ । ଲଘୁଚାପ ଅଧିକରୁ ଅଧିକ ଘନିଭୂତ ହେଲେ ଏହା ବାତ୍ୟାର ରୂପ ନେଇପାରେ ।

ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳଙ୍କୁ ତତ୍ପର ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବାକୁ ମଧ୍ୟ କୁହାଯାଇଛି । ଯେପରି ବନ୍ୟା ଓ ଭୂସ୍ଖଳନର ମୁକାବିଲା କରାଯାଇ ପାରିବ । ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ଅନେକ ସ୍ଥାନରେ ବାତ୍ୟା ଓ ଭୂସ୍ଖଳନ ହେବା ନେଇ ଆଶଙ୍କା ରହିଛି । ଆବଶ୍ୟକସ୍ଥଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ।  

   Related Posts