Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଆଜିଠୁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ, କରୋନା କଟକଣାକୁ ଦୃଷ୍ଟିରେ ରଖି ଗାଇଡଲାଇନ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

4/04/2021 at 7:26 AM

ପୁରୀ ୦୪।୦୪: ଆଜି ଶ୍ରୀମନ୍ଦିର ବନ୍ଦ । କରୋନା କଟକଣାକୁ ଆଖି ଆଗରେ ରଖି ଶ୍ରୀମନ୍ଦିର ପାଇଁ ଗାଇଡଲାଇନ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ଆଜିଠାରୁ ପ୍ରତି ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବ ।

ଏସଓପି ଅନୁଯାୟୀ, ରବିବାରକୁ ଛାଡ଼ି ଅନ୍ୟ ଦିନ ସବୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିବ। ପ୍ରତିଦିନ ସକାଳ ୬ଟାରୁ ଦର୍ଶନ ଆରମ୍ଭ ହେବ। ପ୍ରତି ରବିବାର ଦର୍ଶନ ବନ୍ଦ ରହିବା ସହ ମନ୍ଦିର ପରିସରକୁ ସାନିଟାଇଜ୍ କରାଯିବ। ରାତି ସମୟରେ ଭକ୍ତ ଦର୍ଶନ ସାରି ଯିବା ପରେ ସପ୍ତାହକୁ ୨ଥର ମନ୍ଦିର ପରିସର ସାନିଟାଇଜ୍ କରାଯିବ।

ସେହିପରି ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ କରୋନା କଟକଣା ମାନିବାକୁ ପଡିବ। ସମୟ ସମୟରେ କରୋନା ସ୍ଥିତିକୁ ଦେଖି ଏସଓପିରେ ପରିବର୍ତ୍ତନ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ଶ୍ରୀମନ୍ଦିର ପରିସରରେ ପାନ ଗୁଟୁଖା ଖାଇଲେ ୧ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ । ଶ୍ରୀମନ୍ଦିର ଭିତରକୁ ପଲିଥିନ୍ ନେଲେ ଲାଗିବ ୧୦୦ଟଙ୍କାର ଫାଇନ୍ ।

   Related Posts