Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ସଂକ୍ରମଣ କମୁଛି : ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୨୯ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

11/05/2021 at 10:20 AM

ନୂଆଦିଲ୍ଲୀ, ୧୧।୦୫: ସ୍ଥିତି ଅସମ୍ଭାଳ । ଭୟଙ୍କର । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୨୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୭୬ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୨୯  ହଜାର  ୯୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୮୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୮୭୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୯ ଲକ୍ଷ ୯୨ ହଜାର ୫୧୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୯ ହଜାର ୯୯୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୯୦ ଲକ୍ଷ ୨୭ ହଜାର ୩୦୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୧୫୨୨୧।

   Related Posts