Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ସହଜ ହେବ ସ୍ୱାସ୍ଥ୍ୟ ସେବା, ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଶୁଭାରମ୍ଭ

28/10/2021 at 2:03 PM

ଭଦ୍ରକ ୨୦।୧୦: ଭଦ୍ରକ ସହରର ଏରେଇଁ ଠାରେ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଶୁଭାରମ୍ଭ । ଏହି ଉପଲକ୍ଷେ ଏକ ଉଦ୍‌ଘାଟନୀ ସଭାର ଅନୁଷ୍ଠିତ ହୋଇଥିଲା । ସରପଞ୍ଚ ଅଶ୍ବିନୀ ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉଦଘାଟନୀ ସଭାରେ ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା ସନ୍ତୋଷ ପାତ୍ର, ବ୍ଲକ ଅଧ୍ୟକ୍ଷ ରଘୁନାଥ ଧଳ ପ୍ରମୁଖଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ ।

ତେବେ ଏଠାରେ ଏକ ନୂଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଗତ ମେ ମାସରେ ଅନୁମୋଦନ କରିଥିଲେ । ଏପରିକି ଏଥିପାଇଁ ୧ କୋଟି ୧୦ ଲକ୍ଷ ଟଙ୍କାର ଅନୁଦାନ ମଧ୍ୟ ମଞ୍ଜୁର କରିଛନ୍ତି । ତେବେ ନୂଆ ବିଲଡିଂ ଆରମ୍ଭ ପୂର୍ବରୁ ପଞ୍ଚାୟତର ଏକ ଅସ୍ଥାୟୀ ଘରେ ଏହି ନୂଆ ସ୍ୱାସ୍ଥ୍ୟ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଏଥିପାଇଁ  ଡାକ୍ତର, ନର୍ସ ଓ ଫର୍ମାସିଷ୍ଟଙ୍କୁ ନିୟୋଜିତ କରାଯାଇଛି। ଏହି ମେଡିକାଲଟି କାର୍ଯ୍ୟକ୍ଷମ ପରେ ଏରେଇ, ପରସିଙ୍ଗା, ବଣିଆ, ଚରମ୍ପା ଏବଂ ସହରାଞ୍ଚଳର ୫ଟି ୱାର୍ଡର ଲୋକେ ସହଜରେ ସ୍ୱାସ୍ଥ୍ୟ ସେବା ପାଇ ପାରିବେ ବୋଲି ବିଧାୟକ କହିଛନ୍ତି ।

   Related Posts