ଆଜି ଦାୟିତ୍ୱ ନେବେ ନୂଆ ପୋଲିସ କମିଶନର, ଟ୍ୱିନ୍‌ ସିଟିର ନୂତନ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ

Published By : Prameya-News7 Bureau | March 09, 2021 IST

ଭୁବନେଶ୍ୱର ୦୯।୦୩ : ଆଜି ଅପରାହ୍ନରେ ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ଟ୍ୱିନ୍‌ ସିଟିର ନୂତନ ପୋଲିସ କମିଶନର ଭାବେ ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ତେବେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

{"id":419902,"sizeSlug":"large","linkDestination":"none"}

ସେହିପରି  କମିଶନର ଭାବେ ଦାୟିତ୍ୱ ଗ୍ରହଣ ପୂର୍ବରୁ କଟକ ଓ ଭୁବନେଶ୍ବର ଟୁଇନ୍‌ ସିଟିରେ ପୋଲିସ ପ୍ରତି ଲୋକଙ୍କ ବିଶ୍ୱାସ , ଏବଂ ପୋଲିସ ଓ ପବ୍ଲିକ ମଧ୍ୟରେ କେମିତି ସୁସମ୍ପର୍କ ସ୍ଥାପନ ହୋଇପାରିବ ତା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ ବୋଲି ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।

{"id":205207,"sizeSlug":"large","linkDestination":"none"}

ଖବର ଅନୁଯାୟୀ, ସୋମବାର କଟକ-ଭୁବନେଶ୍ଵର ପୋଲିସ କମିଶନରଙ୍କ ବଦଳି କରିଥିଲେ ରାଜ୍ୟ ସରକାର । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ କମିଶନରେଟ୍‌ ପୋଲିସର ନୂତନ କମିଶନର ଭାବେ ଦାୟିତ୍ୱ ଦିଆଯାଇଛି । ୧୯୯୫ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍ ହେଉଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ। ସେ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ପ୍ରିୟଦର୍ଶୀ ବର୍ତ୍ତମାନ ଟ୍ଵିନ୍ ସିଟିର କମିଶନର ସୁଧାଂଶୁ ଷଡଙ୍ଗୀଙ୍କ ସ୍ଥାନ ନେବେ। ସୁଧାଂଶୁ ଷଡଙ୍ଗୀଙ୍କୁ ଓଡିଶା ପୋଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.