ରାଜଧାନୀରୁ ଆଉ ୧୨୮ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୪୩

Published By : Prameya-News7 Bureau | July 31, 2020 IST

ଭୁବନେଶ୍ୱର, ୩୧|୦୭: ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮୫ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

wp:html /wp:html

ଏବେସୁଦ୍ଧା ରାଜଧାନୀରେ ୨୭୩୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪୩୩ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୫ ଜଣ ପ୍ରାଣ ହରାଇଥିବା ବେଳେ ୧୨୮୫ଟି ସକ୍ରିୟ କେସ୍ ରହିଛି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.